Categories: ଜାତୀୟ

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୧୪।୮-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ । ଏ ନେଇ ଶୁକ୍ରବାର ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ଗାଇଡଲାଇନ ଅନୁସାରେ ଘରେ ଏକାନ୍ତବାସରେ ରହିବାକୁ ଯାଉଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନିଜର ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖିବାକୁ ସେ ଅନୁରୋଧ କରିଛନ୍ତି।

Share