ମେଡିସିନ ଷ୍ଟୋର୍‌ରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ

ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ନୂତନ ଭାବେ ଖୋଲା ଯାଇଥିବା ଏକ ମେଡିସିନ ଷ୍ଟୋର୍‌ରେ ଗୁରୁବାର କେନ୍ଦୁଝର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି।

ସୂଚନାଯୋଗ୍ୟ, ଉକ୍ତ ମେଡିସିନ ଷ୍ଟୋର୍‌ରେ ବେଆଇନ ଭାବେ ଡାକ୍ତର ରୋଗୀସେବା କରୁଥିବା, ବେଡ୍‌ ପକାଇ ରୋଗୀଙ୍କୁ ଚିକିତ୍ସା କରିବା ଆଦି ଅଭିଯୋଗ ପାଇ ଜିଲା ସ୍ବାସ୍ଥ୍ୟ ଅଧିକାରୀ କିଶୋର କୁମାର ପୃଷ୍ଟିଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ୍‌ ଚଢ଼ାଉ କରିଥିଲେ। ଏହି ଟିମ୍‌ରେ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ପ୍ରଣତି ନାୟକ, ଷ୍ଟେନୋ ଦିଲ୍ଲୀପ କୁମାର ରାମ ପ୍ରମୁଖ ପହଞ୍ଚି ତଦନ୍ତ କରିଛନ୍ତି। ତଦନ୍ତ ପରେ ଏଡିଏମ୍‌ଓ ଏଠାରେ ମେଡିକାଲ କିମ୍ବା ଡାକ୍ତର ରୋଗୀ ଦେଖୁଥିବା କିମ୍ବା ବେଡ୍‌ ପକାଇ ରୋଗୀ ଚିକିତ୍ସା ଆଦି କୌଣସି ବେଆଇନ କାର୍ଯ୍ୟ ଚାଲୁଥିବା ଆମେ ଦେଖିବାକୁ ପାଇନାହୁଁ। ମେଡିସିନ ଷ୍ଟୋର୍‌ ସମ୍ମୁଖ କେବଳ ଏକ ବଡ଼ ହସ୍ପିଟାଲ ନାମରେ ସାଇନବୋର୍ଡ ଲଗାଇବା ହିଁ ଦୋକାନ ମାଲିକ ଭୁଲ୍‌ କରିଛନ୍ତି। ଆଗକୁ ସେ ଏହାକୁ ଏକ ଘରୋଇ ଚିକିତ୍ସାଳୟ କରିବା ଉଦ୍ଦେଶ୍ୟରେ କେତେକ ଆନୁଷଙ୍ଗିକ ନିର୍ମାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri