୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୯ା୧(ଅନିଲ ଦାସ)- ଆସନ୍ତା ଜାନୁଆରୀ ୧୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୧୩ ତାରିଖରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ନେଇ ଗୁରୁବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share