ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି: ପଶ୍ଚିମ ଓଡ଼ିଶାକୁ ଆର୍ଲଟ

ଭୁବନେଶ୍ୱର,୧୭।୩: ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ପାଣିପାଗ ବିଭାଗ ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା କରିଛି। ଏ ନେଇ ବୌଦ୍ଧ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ। ବଲାଙ୍ଗୀର ଓ ଝାରସୁଗୁଡ଼ାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ଶିଶୁ , ବୃଦ୍ଧ ଓ ରୋଗୀଙ୍କ ପାଇଁ ଅସହ୍ୟ ହୋଇପାରେ ତାତି ସବୁ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ଚିଠି ଲେଖିଛନ୍ତି।

ଅନ୍ୟପକ୍ଷେ ରାଜ୍ୟରେ ଗତ ୬ ଦିନ ହେଲା ତାପମାତ୍ରା ବଢ଼ିବାରେ ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହେଉଛି। ଏଭଳି ସ୍ଥିତିରେ ଖରାରେ ଜଳୁଛି ପଶ୍ଚିମ ଓଡ଼ିଶା। ସୋମବାର ପୂର୍ବାହ୍ନ ସାଢ଼େ ୧୧ରେ ଝାରସୁଗୁଡ଼ାରେ ତାପମାତ୍ରା ୩୭.୮ ଡିଗ୍ରୀରେ ପହଞ୍ଚିଛି। ସେହିପରି ହୀରାକୁଦରେ ୩୭ ଏବଂ ସମ୍ବଲପୁରରେ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଛି।

୧୯ ତାରିଖ ଯାଏ କଲବଲ କରିବ ଅସମ୍ଭାଳ ତାତି । ଆଗାମୀ ୨ ଦିନ ରାଜ୍ୟରେ ସିଭିୟର ହିଟ୍‌ୱେଭ୍‌ ୱାର୍ନିଂ ରହିଛି। ଏନେଇ ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ସୋନପୁର ଏବଂ ବୌଦ୍ଧ ଜିଲା ପାଇଁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ହିଟୱେଭକୁ ନେଇ ଅନୁଗୋଳ, ବଲାଙ୍ଗୀର, ସୁନ୍ଦରଗଡ଼ରେ ଅରେଞ୍ଜ ୱାର୍ନିଂ ସହ ମୟୂରଭଞ୍ଜ, କେନ୍ଦୁଝର ଢେଙ୍କାନାଳ ଓ ଗଜପତି ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ...

ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି...

ବରଗଡ଼ର ଅଧିଷ୍ଠାତ୍ରୀ ମା’ ସମଲେଇଙ୍କ ଶୀତଳ ଯାତ୍ରା, ଏକ ଅନନ୍ୟ ପରମ୍ପରା

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ଶୀତଳ ଯାତ୍ରା ଏକ ଅନନ୍ୟ ପରମ୍ପରା। ପ୍ରତିବର୍ଷ ଚୈତ୍ର ମାସ ମଙ୍ଗଳବାର ଏହା ଅନୁଷ୍ଠିତ ହୋଇଥାଏ...

ବାଙ୍କେଶ୍ବରୀଙ୍କ ଦର୍ଶନ କରି ଫେରିବାବେଳେ ଅଘଟଣ: ଘାଟିରେ ଓଲଟିଲା ପିକଅପ୍‌ ଭ୍ୟାନ, ୨୫ରୁ ଅଧିକ ଆହତ

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ନିକଟ ବାଙ୍କେଶ୍ୱରୀ ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଏକ ପିକଅପ୍‌...

ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର: ବିଜେଡି କଲା ସ୍ବାଗତ

ଭୁବନେଶ୍ୱର,୧୮।୩: ବହୁ ଚର୍ଚ୍ଚିତ ନବଦାସ ହତ୍ୟାକାଣ୍ଡ ମାମଲାରେ ଆଇନ ମନ୍ତ୍ରୀଙ୍କ ବୟାନ ପରେ ବିଜେଡିର ପ୍ରତିକ୍ରିୟା ଦେଇଛି। ବିଜେଡି କହିଛି, ପୂର୍ବରୁ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ...

ଅଫିସ୍‌ର ଜଣେ ମହିଳା କର୍ମଚାରୀଙ୍କୁ ଧରି ସ୍ବାମୀ ଫେରାର, ଥାନାରେ ଅଭିଯୋଗ କରି ସ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୩: ସ୍ବାାମୀ ଫେରାର ନେଇ ଥାନାରେ ଅଭିଯୋଗ କଲେ ସ୍ତ୍ରୀ। ଭୁବନେଶ୍ୱର ଚନ୍ଦକା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ସ୍ବାମୀ ଗତ ୧୬ ତାରିଖରୁ...

ମହାନଦୀ ଅବବାହିକାରେ ୭ ବ୍ୟାରେଜ୍ ନିର୍ମାଣ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର,୧୮।୩: ଜଳ ଉପଲବ୍ଧତା ଏବଂ ପରିଚାଳନା ବୃଦ୍ଧି ପାଇଁ ମହାନଦୀର ଶାଖା ନଦୀଗୁଡ଼ିକରେ ୭ଟି ନୂତନ ବ୍ୟାରେଜ୍ ନିର୍ମାଣ କରିବାକୁ ଓଡ଼ିଶା ସରକାର ଘୋଷଣା କରିଛନ୍ତି।ପଞ୍ଚାୟତିରାଜ...

ଆସୁଛି ବଡ଼ ବର୍ଷା: ଏହି ସବୁ ଜିଲାରେ ପ୍ରବଳ ଛେଚିବ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮।୩: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image