ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତି ଅସମ୍ଭାଳ ହେଉଥିବାରୁ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ସୂଚନାନୁସାରେ ଓଡିଶାରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଉତ୍ତର ଓ କିଛି ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପ ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗାମୀ ୪୮ ଘଣ୍ଟା ଭିତରେ ଦିନର ତାପମାତ୍ରା ଦୁଇ ଡିଗ୍ରୀ ଯାଏଁ ବୃଦ୍ଧି ହେବ। ଗୁଳୁଗୁଳି ମଧ୍ୟ ହେବାର ରହିଛି। ରାତିର ତାପମାତ୍ରା ମଧ୍ୟ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Share