ଭୁବନେଶ୍ୱର,୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶର ବିଭିନ୍ନ ସ୍ଥାନରେ ପ୍ରବେଶ କରିସାରିଛି। ତେବେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଗରମ ଓ ଗୁଳୁଗୁଳି ହେବା ନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର ପଶ୍ଚିମାଞ୍ଚଳରେ ଗ୍ରୀଷ୍ମପ୍ରବାହ ଜାରି ରହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।