ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜ୍ୟରେ ଆହୁରି ୩ ଦିନ ଘନ କୁହୁଡ଼ି ଲାଗି ରହିବ ବୋଲି ଶୁକ୍ରବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଭଦ୍ରକ ଜିଲାରେ ଘନ କୁହୁଡ଼ି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୧ ତାରିଖରେ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ମୟୂରଭଞ୍ଜ ଜିଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ୧୨ରେ ଜଗତସିଂହପୁର, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୋଲିସ ପ୍ରଶାସନ ଏବଂ ପରିବହନ ବିଭାଗକୁ ସତର୍କତା ଅବଳମ୍ବନ କରିବାକୁ କୁହାଯାଇଛି।