୩ ଘଣ୍ଟା ପ୍ରବଳରୁ ଅତିପ୍ରବଳ ଛେଚିବ: ଘଡ଼ଘଡ଼ି ସହ ବର୍ଷା ନେଇ…

ଭୁବନେଶ୍ୱର,୧୮।୯: ଟୁଇନ ସିଟରେ ପ୍ରବଳ ଛେଚିବ। ବୁଧବାର ପାଣିପାଗକେନ୍ଦ୍ର ପକ୍ଷରୁ ଏ ନେଇ ପୂର୍ବାନୁମାନ କରାଯାଇଛି। ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ଘଡ଼ଘଡ଼ି ସହ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି ହୋଇଛି।
ଟୁଇନ ସିଟି ସମେତ ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀକୁ ୱାର୍ନିଂ ଜାରି ହୋଇଛି।

ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ ଥର ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ରାଜଘାଟ ଗେଜ୍‌ଠାରେ ବନ୍ୟାଜଳ ବୃଦ୍ଧିପାଇ ମଙ୍ଗଳବାର ମଧ୍ୟାହ୍ନରେ ବିପଦସଂକେତ ୧୦.୩୬ମିଟର ଟପି ରାତି ୮ଟା ୩୦ ସୁଦ୍ଧା ୧୧.୪ମିଟରରେ ବନ୍ୟାଜଳ ପ୍ରବାହିତ ହେଉଛି। ସୁବର୍ଣ୍ଣରେଖାର ବନ୍ୟାଜଳ ଦୁଇ କୂଳ ଲଙ୍ଘି ଭୋଗରାଇ, ବାଲିଆପାଳ, ବସ୍ତା ଓ ଜଳେଶ୍ୱର ବ୍ଲକ ସହ ମୟୂରଭଞ୍ଜର କେତେକ ପଞ୍ଚାୟତରେ ଉଣା ଅଧିକେ ପାଣି ପ୍ରବେଶ କରିଛି। ଏଭଳି ସ୍ଥିତିରେ ପଶ୍ଚିମବଙ୍ଗର ଦୁଇ ମେଦିନୀପୁର ଜିଲାର ଉଦବୃତ୍ତ ବର୍ଷା ଓ ବନ୍ୟାଜଳ ଭୋଗରାଇ ଏବଂ ଜଳେଶ୍ୱର ତଳି ଅଞ୍ଚଳରେ ପ୍ରବେଶ କରି ସ୍ଥିତିକୁ ବିଗାଡି ଦେଇଛି।

ବ୍ଲକର ୨୦ ପଞ୍ଚାୟତର ଶତାଧିକ ଗାଁ ବନ୍ୟା ପ୍ଲାବିତ ହୋଇଥିବାରୁ ଜୀବନଜୀବିକା ଦୁର୍ବିଷହ ହୋଇଛି। ଭୋଗରାଇର ଗୋଟିଏ ଗାଁରୁ ଅନ୍ୟ ଗାଁ ବିଚ୍ଛିନ୍ନ ହୋଇଥିବା ବେଳେ ମୁଖ୍ୟ ଓ ଗ୍ରାମରାସ୍ତାଗୁଡିକ ପାଣିରେ ବୁଡିଯାଇ ପାଣିର ସ୍ରୋତ ଛୁଟୁଛି। ଗୋଟିଏ ଗାଁରୁ ଅନ୍ୟ ଗାଁକୁ ଯିବାକୁ ହେଲେ ଡ଼ଙ୍ଗା ବା କଦଳୀଭେଳା ଏକମାତ୍ର ସାହା ହୋଇଛି। ସୁବର୍ଣ୍ଣରେଖା ଦୁର୍ବଳ ନଦୀବନ୍ଧରେ ସେଚ ବିଭାଗ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ହଜାର ହଜାର ବାଲିବସ୍ତା ମହଜୁଦ ରଖାଯାଇଥିବା ସେଚ ବିଭାଗର କନିଷ୍ଠଯନ୍ତ୍ରୀ ବସନ୍ତ କୁମାର ବେହେରା ଓ ଚିତ୍ତରଞ୍ଜନ ସିଅଳ କହିଛନ୍ତି। ସମସ୍ତ ସେଚ କର୍ମଚାରୀଙ୍କୁ ସତର୍କ ରହିବାକୁ ସେଚ ବିଭାଗର ଏସ୍‌ଇ ନବ କୁମାର ମହାଳିକ ନିର୍ଦ୍ଦେଶ ଦେଇଛନ୍ତି।

ବନ୍ୟା ଯୋଗୁ ତହସିଲ, ବ୍ଲକ, ସେଚ, ଡ୍ରେନେଜ ଓ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀର ଛୁଟି ବାତିଲ କରି ବନ୍ୟାଞ୍ଚଳରେ ଲୋକଙ୍କୁ ଉଦ୍ଧାର ଓ ସେବା କାର୍ଯ୍ୟରେ ନିୟୋଜିତ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଭୋଗରାଇ ବିଧାୟକ ଗୌତମ ବୁଦ୍ଧ ଦାସ ଓ ବ୍ଲକ ଚେୟାରମ୍ୟାନ ପ୍ରବୀର କୁମାର ଗିରି ବନ୍ୟାଞ୍ଚଳ ପରିଦର୍ଶନ କରି ବିପନ୍ନଙ୍କୁ ଅବିଳମ୍ବେ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବାକୁ ସରକାରଙ୍କଠାରେ ଦାବି କରିଥିଲେ। ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ଉପଜିଲାପାଳ ପ୍ରଥମେଶ ସିରକେ, ଅତିରିକ୍ତ ଜିଲାପାଳ ନିରଞ୍ଜନ ବେହେରା ବନ୍ୟାସ୍ଥିତି ଅନୁଧ୍ୟାନ କରି ଫେରିଥିଲେ। ବାଲିଆପାଳ ବ୍ଲକର ୧୫ଟି ପଞ୍ଚାୟତରେ ବନ୍ୟା ପାଣି ପଶିଛି। ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହେବାର ଆଶଙ୍କା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ...

ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର...

ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ...

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ।...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri