ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଜୁନ୍ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟର ୨୪ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଅଧିକାଂଶ ସ୍ଥାନରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ କୋରାପୁଟରେ ନିଅଣ୍ଟିଆ ବର୍ଷା ନାହିଁ। ସେହିପରି ଭଦ୍ରକ, ଯାଜପୁର, କଳାହାଣ୍ଡି, କେନ୍ଦୁଝର ଏବଂ ବଲାଙ୍ଗୀରରେ ନିଅଣ୍ଟିଆ ବର୍ଷା ହୋଇଛି। ଫଳରେ ଚାଷକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ତେବେ ଆସନ୍ତା ୧୫ ତାରିଖ ପରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଏପରି ନିଅଣ୍ଟିଆ ବର୍ଷା ପରିସ୍ଥିତି ଲାଗି ରହିବ। ତେବେ ୧୫ ତାରିଖ ପରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।