୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୭: ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେଓଗଡ଼। ଏହି ସବୁ ଜିଲାsb ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଆଦି ଜିଲାରେ କାଳବେଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ରପକ୍ଷରୁ କୁହାଯାଇଛି।

ରବିବାର ସୁବର୍ଣ୍ଣପୁର ଜିଲାରେ ସର୍ବାଧିକ ୩୭.୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ଥିବାବେଳେ ଫୁଲବାଣୀରେ ୧୯.୦ଡିଗ୍ରୀ ରେକର୍ଡ କରାଯାଇ

Share