Posted inରାଜ୍ୟ

୪୮ଘଣ୍ଟାରେ ଅତି ପ୍ରବଳ ବର୍ଷା! ୩ ଜିଲାକୁ ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪।୯: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡି଼ଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଗଭୀର ଅବପାତ। ଏହା ପ୍ରଭାବରେ ପ୍ରବଳ ବର୍ଷା ନେଇ ରବିବାର ୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଏଥିସହ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବରଗଡ଼, ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

ସୂଚନାଥାଉ କି, ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି ଅବପାତ। ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝରକୁ ରେଡ ଆଲର୍ଟଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳକୁ ଅରେଞ୍ଜ ୱାର୍ନିଂ ଏବଂ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁରକୁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଜିଲାପାଳ ମୟୁରଭଞ୍ଜ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri