ଆଜି ୫ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୨୪ା୭(ଅସମାପିକା ସାହୁ): ସାରା ରାଜ୍ୟରେ ଏବେ ବର୍ଷା ଲାଗିରହିଛି। ଉତ୍ତରଠୁ ଦକ୍ଷିଣ ଏବଂ ପୂର୍ବରୁ ପଶ୍ଚିମ ସବୁଠି ଲଗାଣ ବର୍ଷାରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ମଙ୍ଗଳବାର ଅନୁଗୋଳରେ ସର୍ବାଧିକ ୫୭ ମି.ମି. ବର୍ଷା ହୋଇଥିବା ବେଳେ ବଲାଙ୍ଗୀରରେ ୪୬, ନୂଆପଡ଼ା ୩୦, ପାରାଦୀପ ୨୯, ତାଳଚେର ୧୮, ଢେଙ୍କାନାଳ ୧୫.୨, ପୁରୀ ୧୫.୬, ଖୋର୍ଦ୍ଧା ୧୩, ଭୁବନେଶ୍ୱର ୧୨.୯, କୋରାପୁଟ ୧୦.୮ ଓ ଟିଟିଲାଗଡ଼ରେ ୧୧ ମିମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ଆସନ୍ତା ତିନିଦିନ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେ.ମି.) ହେବ। ସେହିଭଳି ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୋଳ, ଦେବଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା (୭ ରୁ ୧୧ ସେ.ମି.) ହେବାର ଆଶଙ୍କା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri