କର୍ଲାମୁଣ୍ଡା ଅଞ୍ଚଳରେ ପ୍ରବଳ ବର୍ଷା, ଜଳ ଘେରରେ ୧୦ ପରିବାର

କର୍ଲାମୁଣ୍ଡା:୧୮। ୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଂଜା ବସ୍ତିରେ ପ୍ରବଳ ବର୍ଷା ଯୋଗୁଁ ଲୋକ ପାଣି ଘେରରେ ଅଛନ୍ତି। ବର୍ଷା ପାଣି ନିଷ୍କାସନ ହୋଇ ନ ପାରିବାରୁ ଗାଁର ପ୍ରାୟ ୧୦ଟି ପରିବାର ଜଳ ଘେରରେ ରହିଥିବା ସୂଚନା ମିଳିଛି। ମଙ୍ଗଳବାର ସକାଳେ ଖବର ପାଇ ବିଡିଓ ସୂଚରିତା ମୁଗ୍ରୀ, ତହସିଲଦାର ମିଳନ କୁମାର ଝାଙ୍କର, ସହକାରୀ ଯନ୍ତ୍ରୀ ସନ୍ଦୀପ ନାଏକ,ସ୍ଥାନୀୟ ସରପଞ୍ଚ ପଞ୍ଚାନନ ବାଗ,ସମିତି ସଭ୍ୟ ଆନନ୍ଦ ନାଗ ଘଟଣା ସ୍ଥଳରେ ପହଞ୍ଚି ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା କରିଥିଲେ।
ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଗାଁର ଗଣ୍ଡବାହଲି କଟା ପଞ୍ଚାୟତ ସମିତି ପକ୍ଷରୁ ଗଣ୍ଡବାହଲି କଟାର ଉନ୍ନତି କରଣ କାର୍ଯ୍ୟ ହୋଇଥିଲା।ଏଥିରେ ଜଳ ନିଷ୍କାସନ ବ୍ୟବସ୍ଥା ନ କରି ହିଡ ଗୁଡ଼ିକୁ ଉଚ୍ଚା କରାଯାଇଥିଲା। ଫଳରେ ଗାଁରେ ବର୍ଷା ପାଣି ପୋଖରୀକୁ ପସି ନ ପାରିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ୧୦ ଟି ଘର ଜଳ ଘେରରେ ରହିବା ସହ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏନେଇ ଏହି ୧୦ଟି ପରିବାର ପୋଖରୀ କାମ ଆରମ୍ଭ ସମୟରେ ଡ୍ରେନ ବ୍ୟବସ୍ଥା କରାଯିବା ନେଇ ବ୍ଳକ ପ୍ରଶାସନ ଓ ଜିଲା ପ୍ରଶାସନଙ୍କୁୁ ଲିଖିତ ଭାବେ ଅଭିଯୋଗ କରିଥିଲେ ମଧ୍ୟ ପ୍ରଶାସନ କୌଣସି ଗୁରୁତ୍ୱ ଦେଇ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଥିବା ଅଭିଯୋଗକାରୀ ମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri