ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଯାହାର ପ୍ରଭାବରେ ଶନିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏ ନେଇ ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି।ଲଘୁଚାପ କ୍ଷେତ୍ରଟି ଧିରେ ଧିରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି।