ଭୁବନେଶ୍ବର,୨୭।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅକ୍ଟୋବର ୨ ଓ ୩ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ତେବେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ, ୨୮ ଏବଂ ୨୯ ତାରିଖରେ ରାଜ୍ୟର କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।
୧ ଅକ୍ଟୋବର, ୨୦୨୨ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି | pic.twitter.com/HbuUS4FsYz
— Meteorological Centre, Bhubaneswar (@mcbbsr) September 27, 2022