ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮ା୭(ଅସମାପିକା ସାହୁ):ରାଜ୍ୟରେ ଏବେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର କୋରାପୁଟ, ରାୟଗଡ଼ା, ଗଜପତିରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ଏସବୁ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେପଟେ ରବିବାର ସବୁଠି ପ୍ରବଳ ବର୍ଷିଛି। ଉପକୂଳଠାରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ବର୍ଷା ହୋଇଥିବା ଦେଖାଯାଇଛି। ତେବେ ଭୁବନେଶ୍ୱରରେ ସର୍ବାଧିକ ୫୨.୬ ମି.ମି. ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର ସକାଳ ସାଢ଼େ ୮ଟାରୁ ଅପରାହ୍ନ ସାଢ଼େ ୫ଟା ମଧ୍ୟରେ ଭୁବନେଶ୍ୱରରେ ସର୍ବାଧିକ ବର୍ଷା ହୋଇଥିବାବେଳେ କଟକରେ ୪୬.୨, ଯାଜପୁର ୨୦, ଫୁଲବାଣୀ ୧୬.୮, ଗୋପାଳପୁର ୧୬, ଦାରିଙ୍ଗବାଡ଼ି ୧୨ ଓ ଖୋର୍ଦ୍ଧାରେ ୧୨ ମିମି ବର୍ଷା ରେକର୍ଡ କରାଯାଇଛି। ଏଥିସହିତ ଅନୁଗୋଳ, ତାଳଚେର, ଭବାନୀପାଟଣା, କୋରାପୁଟ, ବୌଦ୍ଧ, ଛତ୍ରପୁର, ପାରଳାଖେମୁଣ୍ଡି, ରାୟଗଡ଼ା, ଢେଙ୍କାନାଳ, ନବରଙ୍ଗପୁରରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଅପରପକ୍ଷେ ରାଜ୍ୟରେ ଏବେ ବି ନିଅଣ୍ଟିଆ ବର୍ଷା ରହିଛି। ଜୁନ୍‌ ୧ରୁ ଜୁଲାଇ ୭ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ବର୍ଷା ୨୭୬.୬ ମିମିଠାରୁ ୭୪ ମି.ମି. କମ୍‌ ଅର୍ଥାତ୍‌ ୨୦୨.୬ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ୧୩ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ଗୋଟିଏ ଜିଲାରେ ଅତ୍ୟଧିକ ନିଅଣ୍ଟିଆ ଏବଂ ବାକି ୧୬ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା...

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ...

ବିଜେଡି ନେତାଙ୍କୁ ଝଟ୍‌କା: ୨୪ କୋଟି ୨୧ ଲକ୍ଷ ଫାଇନ୍‌ ପକାଇଲେ…

ନୟାଗଡ଼,୬।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଭାପୁର ତହସିଲ ନିମାଣି ଗାଁସ୍ଥିତ କାସିଆ ପାହାଡ଼ରେ ମାତ୍ରାଧିକ ଖଣି ଉତ୍ତୋଳନ ଓ ଜଙ୍ଗଲ ଜମିରେ ବେଆଇନ ଖନନ ମାମଲାରେ...

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି।...

ଭାଜପା ସରକାର ଏକ କପି ପେଷ୍ଟ ସରକାର, ଏମିତି କହି ବର୍ଷିଲେ…

ଭୁବନେଶ୍ୱର,୬।୧୦(ଅନିଲ ଦାସ): ରାଜ୍ୟ ଭାଜପା ସରକାରଙ୍କ ଦ୍ୱାରା ୧୬,୦୦୯ କନିଷ୍ଠଶିକ୍ଷକ (ସ୍କିମାଟିକ) ଭାବେ ଆଜି ପ୍ରଦାନ କରାଯାଉଥିବା ନିଯୁକ୍ତି ବିଜେଡି ସରକାରଙ୍କ ସମୟରେ ସମସ୍ତ କାର୍ଯ୍ୟ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮...

ଆଜିଠାରୁ ହବିଷ୍ୟାଳି ଯୋଜନାରେ ପଞ୍ଜୀକରଣ ଆରମ୍ଭ,ଶୀଘ୍ର କରନ୍ତୁ ….

ଭୁବନେଶ୍ୱର,୬।୧୦: ହବିଷ୍ୟାଳି ଯୋଜନାରେ ଆଜିଠାରୁ ପଞ୍ଜୀକରଣ ଆରମ୍ଭ ହେବ । ପୁରୀରେ ରହି ହବିଷ୍ୟ ବ୍ରତ ପାଇଁ ବ୍ରତଧାରୀ ମାନଙ୍କ ପାଇଁ ଆଜି ଠାରୁ ପଞ୍ଜୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri