ରାଜ୍ୟରେ ସକାଳୁ ସକାଳୁ ପ୍ରବଳ ବର୍ଷା: ଘୁର୍ଣ୍ଣିବଳୟ ନେଇପାରେ ଲଘୁଚାପର ରୂପ

ଭୁବନେଶ୍ୱର,୩୦।୭: ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସକାଳୁ ବର୍ଷା ଜାରି ରହିଛି। ବୁଧବାର  ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବ, ଯାହା ଆଗକୁ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ଆକଳନ ହୋଇଛି।
ଅନ୍ୟପକ୍ଷେ ପ୍ରବଳ ବର୍ଷା ନେଇ ୫ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ରହିଛି। ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବ। ତେବେ ସତର୍କ ରହିବାକୁ ଜିଲା ପ୍ରଶାସନକୁ ଏସଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପଟେ, ହୀରାକୁଦ ଡ୍ୟାମର ୨୦ଟି ଗେଟ ଖୋଲାଯିବା ପରେ ମହାନଦୀ ଜଳସ୍ତର ବଢୁଛି। କଟକ ମୁଣ୍ଡଳୀରେ ମହାନଦୀରେ ଜଳସ୍ତର କ୍ରମଗାତ ବୃଦ୍ଧି ପାଇବାକୁ ଲାଗିଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଛନକା ପଶିଗଲାଣି।
ଆଜି ହୀରାକୁଦ ଡ୍ୟାମର ଜଳ ପତ୍ତନ ୬୧୮ ଫୁଟ ରହିଛି । ଏବେ ଡ୍ୟାମ ମଧ୍ୟକୁ ସେକେଣ୍ଡକୁ ୨ ଲକ୍ଷ ୫୭ ହଜାର ୫୫ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୪୭ ହଜାର ୬୨୮ ଘନଫୁଟ ଜଳ ନିଷ୍କାସିତ ହେଉଛି ।

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ...

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri