Categories: ରାଜ୍ୟ

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୭।୬: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ ୧୧୦ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ମାଲକାନଗିରି ଏବଂ କୋରାପୁଟ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।