ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟୁଇନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା। ବୁଧବାର ରାଜଧାନୀ ଭୁବନେଶ୍ବର, କଟକରେ ଆକାଶରେ ପ୍ରବଳ ମେଘ ଘୋଟି ରହିଥିବା ବେଳେ ବର୍ଷା ହେଉଛି। ଫଳରେ ଲୋକମାନଙ୍କୁ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି।
ଅପରପକ୍ଷେ ରାଜ୍ୟରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ପୂର୍ବ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି।