ଭୁବନେଶ୍ୱର,୬।୭: ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଆଜି କେନ୍ଦୁଝର , ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଜପତି, ରାୟଗଡା ଓ କଳାହାଣ୍ଡି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।