୨୮ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ମୌସୁମୀ ପ୍ରବେଶ କରିବା ପରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ମଙ୍ଗଳବାରଠାରୁ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ମଙ୍ଗଳବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, କୋରାପୁଟ, ଦେବଗଡ଼, ମାଲକାନଗିରିରେ ପ୍ରବଳ ବର୍ଷା ହେବ। ବୁଧବାର ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, ଗୁରୁବାର ଦିନ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ମାଲକାନଗିରି, ରାୟଗଡ଼ା, ଗଜପତି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ସୋମବାର ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Share