ତୀବ୍ର ଅବପାତ ନେଲା ୨ ଜୀବନ: ୪ ଗୁରୁତର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ତୀବ୍ର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ମଙ୍ଗଳବାର ସକାଳୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଲାଗି ରହିଛି। ତେବେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲା ବାଙ୍କୀ ଅଞ୍ଚଳରେ। ବିଲରେ କାମ କରୁଥିବା ସମୟରେ ବଜ୍ରପାତ ହୋଇ ଏଭଳି ଘଟଣା ଘଟିଛି। ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Share