Posted inଜାତୀୟ

ପ୍ରବଳ ବର୍ଷାରେ ବେହାଲ ଦିଲ୍ଲୀ, ୫ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧।୮:ବୁଡିଲା ରାଜଧାନୀ। ବାଦଲାଫଟା ବର୍ଷା ଯୋଗୁ ବେହାଲ ଦିଲ୍ଲୀ। ରାସ୍ତାରେ ଚାଲିଲା ପାଣି। ରାଜଧାନୀର ବିଭିନ୍ନ ଅଞ୍ଚଳରେ ବର୍ଷା ପାଣି ଜମି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସେହିପରି ପ୍ରବଳ ବର୍ଷା ଯୋଗୁଁ ରାଜରାସ୍ତାରେ ପାଣିରେ ବୁଡି ଟ୍ରାଫିକ ସମସ୍ୟା ଦେଖା ଦେଇଛି। ବିଶେଷ କରି ଦିଲ୍ଲୀ ଗାଜିଆୱାଦ ରାସ୍ତା ଓ ଗୁରୁଗ୍ରାମରୁ ଦିଲ୍ଲୀ ରାସ୍ତାରେ ଗାଡି ଚଳାଚଳ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ୫ ଜଣଙ୍କ ମୃତ୍ୟୁ ହୋଇଛି।

ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁଁ ଲୋକେ ଅଣ୍ଟାଏ ପାଣିରେ ବୁଡି ଯାତାୟତ କରୁଛନ୍ତି। ଡ୍ରେନରେ ପଡି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହିପରି ପ୍ରବଳ ବର୍ଷାରେ ତିନି ଜଣ ଆହତ ହୋଇଛନ୍ତି। ଦିଲ୍ଲୀରେ ଗୋଟିଏ ଘଣ୍ଟାରେ ୧୧୨ ମିଲିମଟର ବର୍ଷା ରେକର୍ଡ କରାଯାଇଛି।

ସୂଚନା ମୁତାବକ, ଗାଜିପୁର ସାପ୍ତାହିକ ବଜାର ଅଞ୍ଚଳରେ ମା’ ଓ ତାଙ୍କର ୩ ବର୍ଷୀୟ ପୁଅ ଡ୍ରେନରେ ଖସିପଡି ଆହତ ହୋଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେହିପରି ଅନ୍ୟ କିଛି ଅଞ୍ଚଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ସବଜିମଣ୍ଡି ଅଞ୍ଚଳରେ ଗୋଟିଏ ଦୋକାନ ଭୁଶୁ ଡି ପଡି ଜଣେ ଆହତ ହୋଇଛନ୍ତି। ପାଣିପାଗ ବିଭାଗ ଦିଲ୍ଲୀ-ଏନସିଆରରେ ବର୍ଷା ପାଇଁ ଆଲର୍ଟ ଜାରି କରିଛି। ଉପରାଜ୍ୟପାଳ ଭିକେ ସାକ୍ସେନା ସମସ୍ତ ଅଧିକାରୀଙ୍କୁ ସତର୍କ ରହିବା ପରାମର୍ଶ ଦେଇଛନ୍ତି।ସେପଟେ ଆଜି ଦିଲ୍ଲୀରେ ସମସ୍ତ ସ୍କୁଲ କଲେଜ ବନ୍ଦ ରହିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଅସୁସ୍ଥ

ଶିମଲା,୨୧।୯: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଅସୁସ୍ଥ ହୋଇପଡିଛନ୍ତି। ସେ ଶିମଲା ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଚନ୍ତି।...

ଏହି ରାଜ୍ୟରେ ପ୍ରବେଶ କଲେ ୯୦୦ ଆତଙ୍କବାଦୀ! ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ଇମ୍ଫାଲ,୨୧।୯: ମ୍ୟାନମାରରୁ ପ୍ରାୟ ୯୦୦ ଆତଙ୍କବାଦୀ ମଣିପୁରରେ ପ୍ରବେଶ କରିଥିଲେ। ଏହା ଦେଶର ସୁରକ୍ଷା ଭଙ୍ଗ କରିବାକୁ ପ୍ରସ୍ତୁତି ବୋଲଇ କୁହାଯାଉଛି। ଗୁପ୍ତଚର ରିପୋର୍ଟ ଆଧାରରେ...

ଦକ୍ଷିଣରୁ ଗୋରଖନାଥ ମନ୍ଦିର ଆସିଲେ ଭବାନୀ-ଭୋଲୁ

ଲକ୍ଷ୍ନୌ,୨୧।୯: ଆନ୍ଧ୍ରପ୍ରଦେଶର ୟେଲେଶ୍ୱରମରେ ଥିବା ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ନାଦିପଥି କ୍ଷୁଦ୍ର ପ୍ରଜାତିର (ଗୋଟିଏ ଗାଈ ଏବଂ ଗୋଟିଏ ବାଛୁରୀ) ଶନିବାର ଅଣାଯାଇଛି। ଏମାନେ ଆସିବା...

ମନ୍ଦିର ଟ୍ରଷ୍ଟ ଦେଲା ବଡ଼ ସୂଚନା, କହିଲା ଲଡୁରେ ପବିତ୍ରତା ରହିଛି

ହାଇଦ୍ରାବାଦ,୨୧ା୯: ତିରୁପତି ବାଲାଜୀଙ୍କ ପ୍ରସାଦ ଲଡୁ  ପୁଣି ଉପଲବ୍ଧ। ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମନ୍ଦିର ଟ୍ରଷ୍ଟ କହିଛି ପ୍ରସାଦ ଲଡୁରେ ପବିତ୍ରତା...

‘ସରକାରୀ ନିୟନ୍ତ୍ରଣରୁ ମୁକ୍ତ ହେଉ ହିନ୍ଦୁ ମନ୍ଦିର’

ହାଇଦ୍ରାବାଦ,୨୧ା୯: ତିରୁପତି ମନ୍ଦିରର ପ୍ରସାଦ ଲଡୁରେ ପଶୁ ଚର୍ବି ମିଶ୍ରଣ ପ୍ରସଙ୍ଗ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜନୈତିକ ଦଳ ଏହି ପ୍ରସଙ୍ଗରେ କ୍ରୋଧ ପ୍ରକାଶ...

୧୦ମ ଶ୍ରେଣୀ ଛାତ୍ରୀଙ୍କୁ ଗର୍ଭବତୀ କଲେ ଅବସରପ୍ରାପ୍ତ ବିଡିଓଙ୍କ ପୁଅ: ଗର୍ଭପାତ ନ କରିବାରୁ…

ଫତେହପୁର,୨୧।୯: ଉତ୍ତର ପ୍ରଦେଶର ଫତେହପୁର ଜିଲାର ଜଣେ ଗର୍ଭବତୀ ହାଇସ୍କୁଲର ଛାତ୍ରୀଙ୍କ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଛାତ୍ରୀଙ୍କ ପ୍ରେମିକ ଶିବୁ ରାୟଦାସଙ୍କୁ ଗିରଫ...

ତିରୁପତି ମନ୍ଦିର ଲଡୁକୁ ନେଇ ବଡ଼ ଖୁଲାସା କଲେ ପୂର୍ବତନ ମୁଖ୍ୟ ପୁରୋହିତ

ନୂଆଦିଲ୍ଲୀ,୨୧।୯: ତିରୁପତି ମନ୍ଦିର ଲଡୁ ପ୍ରସଙ୍ଗ ବର୍ତ୍ତମାନ ଏକ ରାଜନୈତିକ ମୋଡ ନେଇଛି। ମନ୍ଦିରର ଲଡୁ ଅର୍ଥାତ୍‌ ପ୍ରସାଦ ତିଆରି କରିବା ପାଇଁ ଘିଅ ବଦଳରେ...

କିଏ ସେହି ବ୍ୟକ୍ତି, ଯିଏ କିରାଣିରୁ ହୋଇଥିଲେ ସୁପ୍ରିମକୋର୍ଟ ବିଚାରପତି, ଜାଣନ୍ତୁ ତାଙ୍କର ପୂରା କ୍ୟାରିୟର ବିଷୟରେ…

ନୂଆଦିଲ୍ଲୀ,୨୧ା୯: ଜଣେ ବ୍ୟକ୍ତି ଯେତେ ଗରିବ ହୁଅନ୍ତୁ ନା କାହିଁକି, ଯଦି ତାଙ୍କର ଇଚ୍ଛା ଥାଏ, ତେବେ ସେ ନିଜ ରାସ୍ତା ନିଜେ ଖୋଜି ପାଇଥାନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri