୧୦ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୮: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏନେଇ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଆଦି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ଏପରି କି ୨୦ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର ନୟାଗଡ଼ରେ ସର୍ବାଧିକ ୩୫.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ୧୯.୫ ଡିଗ୍ରୀ ତାପମାତ୍ରା ରହିଥିଲା।

Share