ଭୁବନେଶ୍ୱର,୧୫।୭(ବ୍ୟୁରୋ): ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଉପକୂଳ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଜାରି ରହିଛି। ଆଗକୁ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଗାମୀ ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ, ଶନିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼ ସୁନ୍ଦରଗଡ଼ ଓ ବରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।