୬ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୁରଭଞ୍ଜ । ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ କେନ୍ଦ୍ର।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୧୯ତାରିଖରୁ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ୨୦ରେ କୋରାପୁଟ, ମାଲାକାନଗିରି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକରେ ପ୍ରବଳ ବର୍ଷା ହେବ। ତେବେ ୨୧ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ଏବଂ ଯାଜପୁର, ଭଦ୍ରକ, ଢେଙ୍କାନାଳ, ନୟାଗଡ଼, କନ୍ଦମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Share