୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା: ଏହି ଜିଲାରେ…

ଭୁବନେଶ୍ୱର,୧୫।୯: ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ବାଲାଂଦେଶ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହେଉଛି । ଏହି ଅବପାତ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ । ଏହାର ପ୍ରଭାବରେ ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଦେଇଛନ୍ତି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ମୟୂରଭଞ୍ଜ ଜିଲାରେ ସର୍ବାଧିକ ବର୍ଷା ନେଇ ଆଶଙ୍କା କରାଯାଉଛି, ସୋମବାର ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି। ୧୭ ତାରିଖ ପରଠୁ ରାଜ୍ୟରେ ବର୍ଷାର ପରିଣାମ କମିବ।

ରବିବାର ରାଜ୍ୟର ପ୍ରାୟ ସବୁ ଜିଲାରେ ବର୍ଷା ହୋଇଛି ମୟୁରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଆଦି ୩ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଅନୁଗୁଳ, ଢ଼େଙ୍କାନାଳ ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ପ୍ରବଳବର୍ଷା ସମ୍ଭାବନା ଥିବା ଜିଲାଗୁଡ଼ିକ ମଧ୍ୟରେ ଦେବଗଡ଼, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଆଦି ଜିଲା ରହିଛି। ଅନ୍ୟପଟେ ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ନୂଆପଡ଼ା, ବଲାଙ୍ଗୀର,କୋରାପୁଟ ଓ ମାଲକାନଗିରି ଜିଲାକୁ ବିଜୁଳି ଓ ଘଡ଼ଘଡ଼ି ଭୟ ରହିଛି। ଏହିସବୁ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ଜିଲାରେ ଭାରି ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri