ଟୁଇନ୍‌ ସିଟିରେ ଲଗାଣ ବର୍ଷା: ଆହୁରି ବର୍ଷିବା ନେଇ ସୂଚନା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): କଟକ ଏବଂ ଭୁବନେଶ୍ୱରରେ ଶନିବାର ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଲାଗି ରହିଛି। ଏହା ମଧ୍ୟାହ୍ନ ୧୨ଟା ୩୦ ଯାଏ ହେବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଲୋକଙ୍କୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିରହିଛି।

Share