ଲଗାଣ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ କିଛିଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ବର୍ତ୍ତମାନ ଖରିଫ ଫସଲ ପାଇଁ ଅନୁକୁଳ ହୋଇଛି। ଚାଷୀମାନେ ଜମି ହଳ କରିବାଠାରୁ ଆରମ୍ଭ କରି ଧାନ ପହ୍ଲାରୁଆରେ ଲାଗି ପଡ଼ିଛନ୍ତି। ଅନ୍ୟପଟେ ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଦୋକାନ, ବଜାର ମାନ୍ଦା ପଡ଼ି ଥିବାବେଳେ ବିଭିନ୍ନ ସ୍ଥାନରେ ଡ୍ରେନ ଏବଂ ରାସ୍ତା ଉପରେ ବହୁଥିବା ନର୍ଦ୍ଦମା ପାଣି ଘରଦ୍ୱାରକୁ ପଶୁଛି। ଏପରିକି ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନଥିବା ଯୋଗୁ ବରଗଡ଼ ସରକାରୀ ବସଷ୍ଟାଣ୍ଡ ଜଳାର୍ଣ୍ଣବ ହୋଇ ପଡ଼ୁଛି। ଫଳରେ ଯାତ୍ରୀମାନଙ୍କୁ ମଧ୍ୟ ହଟହଟାର ସମ୍ମୁଖୀନ ହେବାକୁ ପଡ଼ୁଛି।
ଜିଲାରେ ଗତ ୧ତାରିଖରେ ୧୫୪.୮, ୨ତାରିଖ ୧୨୨.୫, ୩ତାରିଖ ୮୨.୬, ୪ତାରିଖ ୯୫.୮, ୫ତାରିଖ ୧୭୫.୮ ଏବଂ ୬ତାରିଖ ୧୭୦ମି.ମି ବର୍ଷା ହୋଇଥିବା ରେକର୍ଡ଼ କରାଯାଇଛି। ଗତବର୍ଷଠାରୁ ଏଥର ବିଳମ୍ବରେ ବର୍ଷା ହୋଇଛି । ବର୍ଷା ଚାଷୀଙ୍କୁ ଆଶ୍ୱସ୍ତି ଦେଇଛି। ଲଗାଣ ବର୍ଷା ଯୋଗୁ ଦୋକାନ, ବଜାର ମଧ୍ୟ ଖାଁ ଖାଁ ହୋଇ ବ୍ୟସାୟୀଙ୍କ ଦୁଃଖ ବଢ଼ାଇ ଦେଇଛି। ବର୍ଷା ଏଭଳି ଲାଗି ରହିଛି ଯେ, ବିନା ଛତା ଏବଂ ରେନି କୋଟ୍‌ରେ ଘରୁ ବାହାରିବା ମୁସ୍କିଲ ହୋଇ ପଡ଼ୁଛି। ତେବେ ବରଗଡ଼ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନାହିଁ। ଫଳରେ ଲଗାଣ ବର୍ଷା ହେଲେ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେଉଛି। କେବଳ ଘରଦ୍ୱାର ନୁହେଁ, ବରଗଡ଼ ସରକାରୀ ବସଷ୍ଟାଣ୍ଡ, ଜିଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ଅନେକ ସରକାରୀ ଅନୁଷ୍ଠାନରେ ନର୍ଦ୍ଦମା ପାଣି ଲହଡ଼ି ମାରୁଛି। ତେବେ ପ୍ରତିବର୍ଷ ଏଭଳି ସମସ୍ୟା ଲାଗି ରହିଥିବାବେଳେ ତାର ପ୍ରତିକାର ବ୍ୟବସ୍ଥା କରାଯାଉ ନ ଥିବା ଯୋଗୁ ଏହା ସରକାରୀ କଳର ଅପାରଗତାକୁ ପଦାରେ ପକାଇ ଦେଇଛି ବୋଲି ସାଧାରଣରେ ଆଲୋଚିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri