ଭୁବନେଶ୍ୱର, ୨୨।୧୧(ବ୍ୟୁରୋ)-ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ୨୫ ତାରିଖ ଅପରାହ୍ନ ବେଳକୁ ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ଆସନ୍ତା ୨୫ ଓ ୨୬ ତାରିଖ ପ୍ରବଳ ବର୍ଷା ହେବ ବୋଲି ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।