ଛେଚିବ ବର୍ଷା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଶୁକ୍ରବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ଅନୁଗୋଳ ଓ ଦେବଗଡ଼। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ଏଥିସହିତ ଆଗାମୀ ୪ଦିନ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାୟଗଡ଼ା ଜିଲାରେ ଶୁକ୍ରବାର ସର୍ବାଧିକ ୩୪.୬ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୨ଡିଗ୍ରୀ ତାପମାତ୍ରା ରହିଥିଲା।

Share