ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲାରେ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେରଖି ଯାଜପୁର, କେନ୍ଦ୍ରାପଡ଼ା ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ମୟୂରଭଞ୍ଜ, ଙ୍କୋନାଳ, ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସତର୍କ କରାଯାଇଛି।
ସେହିପରି ଆସନ୍ତା ୧୯ରୁ ୨୦ ତାରିଖ ମଧ୍ୟରେ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଇ ଦିଆଯାଇଛି।