ପ୍ରବଳ ବର୍ଷିବ: ୧୮ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯।୯: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଘନୀଭୂତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସି ସତର୍କ ରହିବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି।

ଏହାର ପ୍ରଭାବରେ ରାଜ୍ୟରେ ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ଅନ୍ୟପକ୍ଷେ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା କମ୍‌ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 

Share