ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୫ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର,୨୭ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩ ଘଣ୍ଟା ପାଇଁ ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Share