୫ଦିନ ଧରି ଲାଗି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏହି ଜିଲାକୁ ରେର୍ଡ ଆଲର୍ଟ!

ଭୁବନେଶ୍ୱର,୧୦।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ ଗଭୀର ଅବପାତର ରୂପ ନେବା ପରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ତେବେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ବର୍ଷାର ବିସ୍ତୃତି କମିଥିବାବେଳେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗତ ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ାରେ ସର୍ବାଧିକ ୧୩୩.୮ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ପଛକୁ ମାଲକାନଗିରିରେ ୧୦୨.୬ ମିମି, ଟିଟିଲାଗଡ଼ରେ ୫୯.୪ ମିମି, କୋରାପୁଟରେ ୫୮.୮ ମିମି, ବଲାଙ୍ଗୀରରେ ୪୩.୫ ମିିମି ଓ ହୀରାକୁଦରେ ୩୯.୮ ମିମି ବର୍ଷା ହୋଇଥିବାବେଳେ ସମଗ୍ର ରାଜ୍ୟରେ ଭାରି ବର୍ଷା ରେକର୍ଡ ହୋଇଛି।

ତେବେ ଆସନ୍ତା ୫ଦିନ ମଧ୍ୟରେ ରାଜ୍ୟର କେତେକ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଜାରି ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବୁଧବାର ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ ଓ କେନ୍ଦୁଝରକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ରହିଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରୁ ୩ରୁ ୪ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅବଶିଷ୍ଟ ଅଞ୍ଚଳରେ ପାଗ ପ୍ରାୟ ଶୁଖିଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri