ଭାରିଯାନ ଚଳାଚଳରେ ରୋକ୍‌

ଆନନ୍ଦପୁର,୧୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ସେତୁ ଉପରେ ଭାରିଯାନ ଚଳାଚଳ ଉପରେ ରୋକ୍‌ ଲାଗିଛି। ଘଟଗାଁସ୍ଥିତ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ସୁପରିଣ୍ଟେଣ୍ଡେଣ୍ଡ ଅଫ ଇଞ୍ଜିନିୟର୍‌ଙ୍କ ଚିଠି ନଂ. ୬୭୮୦/୧୪ ନଭେମ୍ବର ୨୦୨୨ରେ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଆନନ୍ଦପୁର ଉପଜିଲାପାଳଙ୍କୁ ଅବଗତ କରାଯାଇଛି। ଏହା ସହିତ କେନ୍ଦୁଝର ଜିଲାପାଳ, ଜିଲା ଆରକ୍ଷୀ ଅଧୀକ୍ଷକ, ଘସିପୁରା ଓ ଆନନ୍ଦପୁର ଥାନା ଅଧିକାରୀ, ଆନନ୍ଦପୁର ରାସ୍ତା ଓ ଗୃହ ନିର୍ମାଣ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ, ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏବଂ ମୁଖ୍ୟ ଯନ୍ତ୍ରୀ (ଡିପିଆଇ ଏଣ୍ଡ ରୋଡସ୍‌) ଓଡ଼ିଶାଙ୍କ ଅବଗତି ନିମନ୍ତେ ଜଣାଯାଇଛି।
ଆନନ୍ଦପୁର ବୈତରଣୀ ସେତୁର ୬ ନଂ. ପିଲାର ବ୍ୟାରିଂରେ ତ୍ରୁଟି ପରିଲକ୍ଷିତ ହେବାରୁ ସ୍ପାନ ଦବି ଦୁର୍ବଳ ଅବସ୍ଥାରେ ରହିଛି। ଏଥିରେ ଓଭର ଲୋଡ୍‌ ବାଲି ବୋଝେଇ ହାଇଓ୍ବା ସହିତ ଅନ୍ୟ ଭାରିଯାନ ଚଳାଚଳ ବୃଦ୍ଧି ପାଉଥିବାରୁ ଆଗକୁ ବିପଦ ଆଶଙ୍କା ରହିଥିବା ଚିଠିରେ ଦର୍ଶାଯାଇଛି। ଏହି କ୍ରମରେ ସେତୁର ମରାମତି କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରେ ପ୍ରତିକାରମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଆନନ୍ଦପୁର ଉପଜିଲାପାଳଙ୍କୁ କୁହାଯାଇଛି। ସୂଚନାଯୋଗ୍ୟ, ସେତୁର ସ୍ପାନ ଦବିବା ନେଇ ଅକ୍ଟୋବର ୨୨ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା। ପଦକ୍ଷେପ ଗ୍ରହଣ ପାଇଁ ଆନନ୍ଦପୁର ରାସ୍ତା ଓ ଗୃହ ନିର୍ମାଣ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଚିଠି ନଂ. ୮୦୮/୪ ନଭେମ୍ବର ୨୦୨୨ରେ ବିଭାଗୀୟ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri