ଗଜାଲବାଡି ଘାଟିରେ ଅଟକିଲା ଭାରୀଯାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ ): ଗୋପାଳପୁରରୁ ରାୟପୁରକୁ ସଂଯୋଗ କରୁଥିବା ୫୯ ନମ୍ବର ଜାତୀୟ ରାଜପଥର ଗଜାଲବାଡି ଘାଟିରେ ବିଭିନ୍ନ ସମୟରେ ଭାରୀଯାନଗୁଡିକ ଦୁର୍ଘଟଣା ଗ୍ରସ୍ତ ହେଉଛି। ଏଭଳିସ୍ଥିତିରେ ଭାରୀଯାନଗୁଡିକ ରାସ୍ତାରେ ଅଟକି ରହିବାରୁ ଜନସାଧାରଣଙ୍କ ଯାତାୟତରେ ବାଧା ସୃଷ୍ଟି ହେଉଛି। ଶୁକ୍ରବାର ସନ୍ଧ୍ୟାରେ ଉତ୍ତର ପ୍ରଦେଶରୁ ବ୍ରହ୍ମପୁର ଯାଉଥିବା ଏକ ୧୬ ଚକିଆ ଟ୍ରକ ଘାଟିର ଏକ ବୁଲାଣିରେ ଫସି ରହିଥିଲା। ଫଳରେ ରାସ୍ତାରେ ଯାତାୟତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି।

ଅନ୍ୟପକ୍ଷେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଉକ୍ତ ରାସ୍ତା ଦେଇ ଭାରୀଯାନ ଚଳାଚଳ କରିବାକୁ ମନା କରାଯାଇଛି। ଏପରିକି ସୂଚନା ପ୍ରଦାନ ପାଇଁ ଏକାଧିକ ସ୍ଥାନରେ ସାଇନ ବୋର୍ଡ଼ ଲାଗାଯାଇଛି। ତଥାପି ଭାରୀଯାନଗୁଡିକ ଉକ୍ତ ରାସ୍ତାରେ ଅବାଧରେ ଯାତାୟତ କରୁଛି। ଫଳରେ ଉକ୍ତ ରାସ୍ତାରେ ଯାତାୟତ କରୁଥିବା ଜନସାଧାରଣ ହଇରାଣ ହରକତ ହେଉଛନ୍ତି। ଜାତୀୟରାଜପଥର ଏହି ଘାଟି ରାସ୍ତା ପ୍ରାୟ ୧୫ କି.ମି. ହେବ। ଅତି ବିପଦପୂର୍ଣ୍ଣ ଘାଟି ସହ ରାସ୍ତା ମଝିରେ ଘଞ୍ଚ ଜଙ୍ଗଲ ରହିଛି। ସେହିପରି ଘାଟି ରାସ୍ତାରେ ହାତୀ ଚଳାଚଳ କରୁଥିବାରୁ ଯାତ୍ରୀମାନେ କୌଣସି କାରଣରୁ ଅଟକି ରହିଲେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ବିଶେଷ କରି ପର୍ଯ୍ୟଟକମାନେ ପରିବାର ଲୋକଙ୍କୁ ଧରି କନ୍ଧମାଳକୁ ଆସୁଥିବା ବେଳେ ଘାଟିକୁ ନେଇ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଥିପ୍ରତି ବିଭାଗ ପକ୍ଷରୁ ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର...

ଜେଜେଙ୍କ ଦ୍ୱାଦଶ କ୍ରିୟାରେ ନାଳରେ ବୁଡ଼ି ନାତି ନିଖୋଜ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ଭଦ୍ରକ,୨୭ା୧୦(ସନାତନ ରାଉତ): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଣ୍ଡାପାଟଣା ଗ୍ରାମର ରୁଦ୍ର ପଣ୍ଡା(୨୦) କଲଭର୍ଟ ନିକଟରେ ଥିବା ଏକ ନାଳରେ ଗାଧୋଉଥିଲାବେଳେ ଗୋଡ଼ ଖସିଯାଇଥିଲା।...

ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…

ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ।...

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ପୋଲିସ ଗାଡ଼ି ଦେଖି ମାରୁଥିଲେ ଫେରାର, ଆଉ ତା’ ପରେ…

ଦାରିଙ୍ଗବାଡ଼ି,୨୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଏକ ଜୁଆଆଡ୍ଡାରେ ଚଢ଼ାଉ କରାଯାଇଛି। ଏଥିରେ ସମ୍ପୃକ୍ତ ୧୩ ଜଣଙ୍କୁ ପୋଲିସ ଗିରଫ କରିବା ସହ...

ଅଧରାତିରେ କେମିତି ଜଳବନ୍ଦୀଙ୍କୁ ଉଦ୍ଧାର କଲେ, ଖବରଦାତା ସମ୍ମିଳନୀରେ କହିଲେ ପୂରା ଘଟଣା…

ଭଦ୍ରକ,୨୭ା୧୦: ବାତ୍ୟା ଦାନା ଟଳି ଯିବା ପରେ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଲା। ଦୁଇ ଦିନ ପରେ ଏବେବି...

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri