ହିରୋର ପ୍ରିମିୟମ ମଡେଲ ‘ଜୁମ୍‌’ର ବଜାର ପ୍ରବେଶ

ଭଦ୍ରକ ଅଫିସ, ୧୫।୨: ଦେଶର ପ୍ରମୁଖ ମୋଟରସାଇକେଲ ଏବଂ ସ୍କୁଟର ନିର୍ମାତା ହିରୋ ମୋଟୋକର୍ପର ପ୍ରିମିୟମ ମଡେଲ ‘ଜୁମ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ସ୍କୁଟର ବର୍ଗରେ ପରବର୍ତ୍ତୀ ଜ୍ଞାନକୌଶଳକୁ ପରିବର୍ଦ୍ଧିତ କରିବା ଲାଗି କମ୍ପାନୀ ତା’ର ନୂଆ ୧୧୦ ସିସି ଜୁମ୍‌ ସ୍କୁଟରର ବଜାର ପ୍ରବେଶ କରାଇଛି। ଏହି ପରିପ୍ରେକ୍ଷୀରେ ହିରୋର ସ୍ବୀକୃତିପ୍ରାପ୍ତ ଡିଲର ସଞ୍ଜୀବ ହିରୋ ପକ୍ଷରୁ ମଙ୍ଗଳବାର ଏହାର ଅନାବରଣ କରାଯାଇଛି। ଏହି ଅବସରରେ କମ୍ପାନୀର ଜୋନାଲ ମ୍ୟାନେଜର ବି. ସ୍ବାମୀନାଥନ, ଏରିଆ ମ୍ୟାନେଜର ହର୍ଷବର୍ଦ୍ଧନ ସିଂ ଏବଂ ସଞ୍ଜୀବ ହିରୋର ପ୍ରୋପ୍ରାଇଟର ପ୍ରୀତିରଞ୍ଜନ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ସ୍କୁଟର ଇଣ୍ଡଷ୍ଟ୍ରିରେ ପ୍ରଥମ ଥର ପାଇଁ କର୍ନର ବେଣ୍ଡ ଲାଇଟ୍‌ ସହ ଇଣ୍ଟେଲଜେଣ୍ଟ କର୍ନରିଂ ଲାଇଟକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଏହା ବିଶେଷକରି ୩ଟି ଭାରିଆଣ୍ଟ ଏବଂ ୫ଟି ସ୍ପୋର୍ଟିଂ ରଙ୍ଗରେ ଉପଲବ୍ଧ ବୋଲି ସଞ୍ଜୀବ ହିରୋର ଜେନେରାଲ ମ୍ୟାନେଜର ସୁଶାନ୍ତ କୁମାର ସାହୁ ମତପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଏହି ଅବସରରେ ୭ଜଣ ସ୍ଥାନୀୟ ଗ୍ରାହକଙ୍କୁ ଉକ୍ତ ମଡେଲ୍‌ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ...

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ...

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ...

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ...

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର...

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ...

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର...

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri