ବିମାନ ବନ୍ଦରରୁ ଝାଡଖଣ୍ଡ ଅଭିମୁଖେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୯: ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ବାହାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ସେ ବାହାରିଛନ୍ତି। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। କାଲି ଚାଇଁବାସାର କୋଲହାନ ସଭାରେ ଯୋଗ ଦେବେ।

ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ରାଞ୍ଚି ଅଭିମୁଖେ ଯିବେ। ରାଞ୍ଚିରୁ ହେଲିକପ୍ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ।

ଅପରାହ୍ନ ୧ଟାରେ ମୁଖ୍ୟମନ୍ତ୍ରୀ ଜମାଣି ମୈଦାନରେ ଭାଜପାର ପରିବର୍ତ୍ତନ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଅପରାହ୍ନ ୩ଟାରେ ମାଝଗାଓଁ ସ୍କୁଲ ପଡ଼ିଆରେ ସଭାକୁ ସମ୍ବୋଧିତ କରିବେ। ଅପରାହ୍ନ ୫ଟାରେ ଚାଇଁବାସା ସର୍କିଟ ହାଉସରେ ପହଞ୍ଚି ରାତ୍ରୀ ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ପୁଣି ୧ ତାରିଖରେ ଚାଇବାସାରେ ଜନସଭାକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ପରେ ଅପରାହ୍ନ ୪ଟା ୧୦ରେ ରାଞ୍ଚିରୁ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଟୁଇନ ସିଟି କମିଶନର , ନୂତନ କମିଶନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂ

ଭୁବନେଶ୍ୱର,୩୦।୯: ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ ସିଟି କମିଶନର । ୧୯୯୮ ବ୍ୟାଚ ବରିଷ୍ଠ ଆଇପିଏସ ସୁରେଶ ଦେବଦତ୍ତ ସିଂ ନୂତନ କମିଶନର ଭାବେ ସୋମବାର...

ବିଜେଡିରେ ହଲଚଲ! ନବୀନଙ୍କ ବଡ଼ ଆକ୍ସନ…

ଭୁବନେଶ୍ୱର,୩୦।୯: ବିଜେଡି କଳି ଏବେ ତେଜିବାରେ ଲାଗିଛି। ବିଜେଡି କଳି ଉଗ୍ର ରୂପ ନେବା ପରେ ବିଜେଡି ସୁପ୍ରିମୋ ଆକ୍ସନ ନେଇଛନ୍ତି। ଏନେଇ ୪ ଜଣଙ୍କୁ...

ଚାଲିଥିଲା କାମ, ହଠାତ୍‌ ଜିଲାପାଳଙ୍କ ଅଫିସରେ ଲାଗିଗଲା ନିଆଁ

ଖୋର୍ଦ୍ଧା ,୩୦।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ଲାଗିଲା ନିଆଁ। ଇନଭଟର୍ର ବ୍ୟାଟେରୀ ଫାଟି ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ନିଆ ଲାଗି କିଛି କାଗଜ...

ଟ୍ରକ ପଛ ପଟକୁ ଧକ୍କା ଦେଲା ବସ,ହେଲ୍ପର୍‌ ମୃତ

ଯାଜପୁର, ୩୦।୯(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ଛକ ନିକଟ ଟ୍ରକ ପଛ ପଟେ...

ଭରତପୁର ମାମଲା: ପ୍ରଥମ ବୈଠକ ପରେ ସଚିବ କହିଲେ ହେବ…

ଭୁବନେଶ୍ୱର,୩୦।୯: ଭରତପୁର ମାମଲାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ପ୍ରଥମ ବୈଠକ ପରେ କମିଶନଙ୍କ ସଚିବ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡ଼ାଇ କହିଲେ…

ଭୁବନେଶ୍ୱର,୩୦।୯: ଯାଜପୁରରେ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଉପରେ ବିଜେଡି ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିୀଛନ୍ତି, ନବୀନ ବାବୁଙ୍କ ସମୟରେ ଯାଜପୁରର ଅନେକ...

ଭରତପୁର ମାମଲା: ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ୱର,୩୦।୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ବର ସର୍କିଟ ହାଉସରେ ପ୍ରଥମ ବୈଠକ ବସିଛି। ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଏହି...

ପ୍ରଥମେ କଳି କଲେ ଆଉ ତା’ପରେ ମନ୍ଦିର ଗଲେ…

ଭୁବନେଶ୍ୱର,୩୦।୯: ତେଜିଲା ଭୁବନେଶ୍ବର ବିଜେଡି କଳି। ଭୁବନେଶ୍ବର ବିଜେଡିର ଭିତିରି କଳି ଏବେ ପଦାରେ ପଡିଛି। ଏନେଇ ଏକାଠି ହୋଇଛନ୍ତି ୨୫/୩୦ ବିଜେଡି କର୍ପୋରେଟର୍‌। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri