ସାକ୍ଷ୍ୟ ଗ୍ରହଣ ପାଇଁ ମୋକିମଙ୍କୁ ଅଧିକ ସମୟ ଦେଲେ ହାଇକୋର୍ଟ

କଟକ,୧୪ା୧୦(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ସାକ୍ଷୀମାନଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ଅଧିକ ସମୟ ଲୋଡ଼ାଯାଇଥିଲା। ହାଇକୋର୍ଟ ଏଥିପାଇଁ ଅନୁମତି ଦେବା ସହ ମୋକିମଙ୍କୁ ୧୦ ହଜାର ଟଙ୍କା ହାଇକୋର୍ଟ ବାର୍‌ ଆସୋସିଏଶନ ଓ୍ବେଲଫେୟାର ଫଣ୍ଡ୍‌ରେ ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କ ଇଜିଲାସ୍‌ରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଆଗତ ନିର୍ବାଚନୀ ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ବାରବାଟୀ-କଟକ ନିର୍ବାଚନୀ ମାମଲାର ଶୁଣାଣିବେଳେ ପ୍ରତିପକ୍ଷ ମୋକିମଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀଙ୍କ ବ୍ୟକ୍ତିଗତ ଅସୁବିଧାର କାରଣ ଦର୍ଶାଯାଇଥିଲା। ଏଥିସହ ସାକ୍ଷ୍ୟ ଗ୍ରହଣ ଲାଗି ଅଧିକ ସମୟ ପ୍ରଦାନ କରିବାକୁ ଏକ ଅନ୍ତରୀଣ ଆବେଦନ କରାଯାଇଥିଲା। ଏହାକୁ ମାମଲାର ଆବେଦନକାରୀ ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ବିରୋଧ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଗତ ୬ରେ ପ୍ରତିପକ୍ଷ ମୋକିମଙ୍କ ଜେରା ଶେଷ ହୋଇଥିଲା। ମୋକିମଙ୍କ ପକ୍ଷରୁ ୩ ଜଣଙ୍କ ସାକ୍ଷ୍ୟ ପ୍ରଦାନ କରିବାକୁ ଥିଲା। ହେଲେ ଜଣେ ସାକ୍ଷୀଙ୍କ ସତ୍ୟପାଠର ନକଲ ଆବେଦନକାରୀଙ୍କୁ ପ୍ରଦାନ କରାଯାଇସାରିଛି ବୋଲି ଶୁକ୍ରବାର ଶୁଣାଣିବେଳେ ସ୍ପଷ୍ଟ ହୋଇଥିଲା। ଅନ୍ୟ ଦୁଇ ସାକ୍ଷୀଙ୍କ ସତ୍ୟପାଠର ନକଲ ଆସନ୍ତା ୧୫ ତାରିଖ ସୁଦ୍ଧା ଆବେଦନକାରୀଙ୍କୁ ପ୍ରଦାନ କରିବା ନିମନ୍ତେ ହାଇକୋର୍ଟ ମୋକିମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ସମୟରେ ସାକ୍ଷୀମାନେ ଅଦାଲତରେ ଉପସ୍ଥିତ ରହିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri