୪ ବିଧାୟକଙ୍କୁ ହାଇକୋର୍ଟ ନୋଟିସ

କଟକ,୬ା୮ (କାର୍ତ୍ତିକ ସାହୁ):୨୦୨୪ ନିର୍ବାଚନରେ ବିଭିନ୍ନ ନିର୍ବାଚନମଣ୍ଡଳୀରେ ଅନିୟମିତତା ହୋଇଥିବା ନେଇ ହାଇକୋର୍ଟରେ କେତେକ ମାମଲା ଦାଏର ହୋଇଛି। ହାଇକୋର୍ଟ ପର୍ଯ୍ୟାୟକ୍ରମେ ମାମଲାଗୁଡ଼ିକର ଶୁଣାଣି କରି ପ୍ରତିପକ୍ଷଙ୍କୁ ନୋଟିସ ଜାରି କରୁଛନ୍ତି। ସେଥିମଧ୍ୟରୁ ୪ଟି ମାମଲାର ଶୁଣାଣି କରି ଉଚ୍ଚ ନ୍ୟାୟାଳୟ ସୋମବାର ୪ ଜଣ ବିଧାୟକଙ୍କୁ ନୋଟିସ୍‌ ଜାରି କରିଛନ୍ତି।
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ହରାଇଥିବା ଭାଜପାର କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀର ଗିରିରାଜ ସିଂ ମାଝୀ ନାମକ ଜଣେ ଭୋଟର ବିଜୟୀ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ମାମଲା ହାଇକୋର୍ଟରେ ଦାଏର କରିଥିଲେ। ହାଇକୋର୍ଟ ଏହି ମାମଲାକୁ ବିଚାର ପାଇଁ ଗ୍ରହଣ କରି ଶୁଣାଣି ଆରମ୍ଭ କରିଛନ୍ତି। ପରବର୍ତ୍ତୀ ଶୁଣାଣି ଆସନ୍ତା ସେପ୍ଟେମ୍ବର ୨୭ରେ ହେବ। ସେହିପରି ଝାରସୁଗୁଡ଼ାର ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ମଧ୍ୟ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୩ରେ ଜବାବ ଦେବା ସହ ହାଇକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି। ଟଙ୍କଧର ସତ୍ୟପାଠରେ ଆପରାଧିକ ମାମଲା ଲୁଚାଇଥିବା ନେଇ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଅଭିଯୋଗ କରିଥିଲେ। ଏଥିସହ ଆଉ ୨ଟି ନିର୍ବାଚନୀ ଅନିୟମିତତା ମାମଲାରେ ଜଳେଶ୍ୱରର ଭାଜପାର ପରାଜିତ ପ୍ରାର୍ଥୀ ବ୍ରଜମୋହନ ପ୍ରଧାନଙ୍କ ମାମଲା କ୍ରମେ ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ଏବଂ ଚାନ୍ଦବାଲି ଭୋଟର କିଶୋର କୁମାର ନାୟକଙ୍କ ମାମଲା କ୍ରମେ ବିଜେଡି ବିଧାୟକ ବ୍ୟୋମକେଶ ରାୟଙ୍କୁ ମଧ୍ୟ ହାଇକୋର୍ଟ ନୋଟିସ୍‌ କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri