ରାଜ ରାସ୍ତାରେ ହାଇଡ୍ରାମା: ଚୁଟି ଟଣାଟଣି ହୋଇ ମୁଥ ମରାମରି ହେଲେ ମହିଳା

ଭୁବନେଶ୍ୱର,୭ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ସୂଚନାଭବନ ପାର୍କିଂସ୍ଥଳରେ ରବିବାର ହାଇଡ୍ରାମା ଦେଖିବାକୁ ମିଳିଛି। ସମାଜସେବୀ ବୋଲି ନିଜକୁ ଦାବି କରୁଥିବା ଦୁଇ ମହିଳା ହାତାହାତି ହୋଇଛନ୍ତି। ଜଣେ ମହିଳା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଉଥିବା ବେଳେ ଏହି ଘଟଣା ଘଟିଥିଲା। ଦୁଇ ମହିଳା ହାତାହାତି ହେବା ସହ ଉଭୟଙ୍କ ମଧ୍ୟରେ ମାରପିଟ ହୋଇଥିଲା। ତେବେ ଭରତପୁର ଥାନାରେ ଆର୍ମି ଅଫିସର ଓ ବାନ୍ଧବୀଙ୍କୁ ର୍ନିଯାତନା ଘଟଣା ଏହାର ମୂଳ କାରଣ ବୋଲି ଜଣାପଡ଼ିଛି। ସମାଜୀସେବୀ ବୋଲି ଦାବି କରୁଥିବା ଜଣେ ମହିଳା ପୋଲିସକୁ ସମର୍ଥନ କରୁଥିବାବେଳେ ଅନ୍ୟ ଜଣେ ମହିଳା ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ସମର୍ଥନ କରୁଛନ୍ତି। ଉଭୟଙ୍କ ମଧ୍ୟରେ ସାମାଜିକ ଗଣମାଧ୍ୟମରେ କମେଣ୍ଟ ଦିଆନିଆ ଓ ଆକ୍ଷେପ ପ୍ରତିଆକ୍ଷେପରୁ ବଚସା ହୋଇଥିଲା। ଏପରିକି ଉଭୟଙ୍କ ମଧ୍ୟରେ ଆପୋସ ସମାଧାନ ମଧ୍ୟ ହୋଇଥିଲା। ତେବେ ରବିବାର ଜଣେ ମହିଳା ଏହି ଘଟଣାକୁ କେନ୍ଦ୍ରକରି କିଛି ୱେବ ମିଡିଆକୁ ପ୍ରତିକ୍ରିୟା ଦେଉଥିଲେ। ଏହି ସମୟରେ ଅନ୍ୟ ଜଣେ ମହିଳା ସେଠାକୁ ଆସି ତାଙ୍କୁ ବିରୋଧ କରିଥିଲେ। ଫଳରେ ପରିସ୍ଥିତି ଭୟଙ୍କର ହୋଇଥିଲ। ଦୁଇଜଣ ଚୁଟି ଟଣାଟଣି ଓ ମୁଥ ମରାମରି ହୋଇଥିଲେ। କିଛି ସମୟ ପାଇଁ ସେଠାରେ ଉତ୍ତେଜନା ଲାଗି ରହିଥିଲା। କ୍ୟାପିଟାଲ ଥାନା ପୋଲିସ ପହଞ୍ଚତ୍ ଉଭୟଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ତେବେ ଏହି ଘଟଣାକୁ କେନ୍ଦ୍ର କରି ଉଭୟ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏନେଇ ତଦନ୍ତ ଜାରି ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ସରକାର ପରିବର୍ତ୍ତନ ପରେ ନୂତନ ସରକାର ଅନେକ ନୂଆ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ...

କାଲିଠୁ ୟୁନିଫର୍ମ ପିନ୍ଧି ପାରିବି ନାହିଁ ଏମିତି କହି ଭାବବିହ୍ବଳ ହେଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୭ା୧୦: କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ଶୁଣିଲେ ଦୁଃଖ ଲାଗୁଛି। ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନ ଥିଲି। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ...

ନଭେମ୍ବର ୨୯ରୁ ଆରମ୍ଭ ହେବ ଲୋକକଳାର ମହାକୁମ୍ଭ ‘ନୃତ୍ୟ ସଙ୍ଗମ’

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଅନୁଷ୍ଠାନ ପ୍ରତିଭା ଅନୁଷ୍ଠାନ ପକ୍ଷରୁ ‘ନୃତ୍ୟ ସଂଗମ’-୨୦୨୪ ପାଇଁ ସୋମବାର ଭବାନୀପାଟଣାସ୍ଥିତ ଏକ ହୋଟେଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ୯ରେ SHG ମହିଳାଙ୍କୁ…

ଭୁବନେଶ୍ୱର,୭।୧୦: ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ୧ ଟଙ୍କା ଯାଇଛି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ ଆସିଛି।...

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୋନପୁର,୭।୧୦(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର...

ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ...

ଆକାଉଣ୍ଟକୁ ଆସିଲା ‘ସୁଭଦ୍ରା’ର ୧ ଟଙ୍କା, ୯ରେ ଆସିବ ଆଉ…

ଭୁବନେଶ୍ୱର,୭ା୧୦: ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୧ ଟଙ୍କା। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ  ଆସିଛି। ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri