Posted inଜାତୀୟ

NTA ପରୀକ୍ଷା ସଂସ୍କାର ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ନୂଆଦିଲ୍ଲୀ,୨୨ା୬: ଏନ୍‌ଟିଏ ପରୀକ୍ଷା ସଂସ୍କାର ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ପରୀକ୍ଷାଗୁଡ଼ିକର ସ୍ବଚ୍ଛ, ସରଳ ଏବଂ ନିରପେକ୍ଷ ଆଚରଣକୁ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଉକ୍ତ କମିଟି ଗଠନ କରିଛି। କାରଣ ନିଟ୍‌, ୟୁଜି, ୟୁଜିସି ଏବଂ ନେଟ୍‌ ସମେତ ଅନେକ ପରୀକ୍ଷାର ପେପର ଲିକ୍‌ ବିବାଦ ହେବାରୁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।

୭ ଜଣ ବିଶେଷଜ୍ଞଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି। ପୂର୍ବତନ ଇସ୍ରୋ ଅଧ୍ୟକ୍ଷ କେ.ରାଧାକ୍ରିଷ୍ଣନଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଥିବା ଶିକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ପ୍ରକାଶ। ଏହି କମିଟିରେ ପୂର୍ବତନ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ, ପ୍ରଫେସର ବି.ଜେ ରାଓ, ରାମମୂର୍ତ୍ତି. କେ, ପଙ୍କଜ ବଂଶଲ ମଧ୍ୟ ରହିଛନ୍ତି।

କମିଟି ନିମ୍ନ ବିଷୟଗୁଡ଼ିକ ପ୍ରତି ଧ୍ୟାନ ଦେଇ କାର୍ଯ୍ୟ କରିବ:

ପରୀକ୍ଷା ପ୍ରକ୍ରିୟାରେ ସଂସ୍କାର

(କ) ଆମୂଳଚୁଳ ଭାବେ ପରୀକ୍ଷା ପ୍ରକ୍ରିୟାର ବିଶ୍ଳେଷଣ କରିବା ଏବଂ ବ୍ୟବସ୍ଥାର ଦକ୍ଷତାରେ ଉନ୍ନତି ଆଣିବା ଏବଂ କୌଣସି ସମ୍ଭାବ୍ୟ ଉଲ୍ଲଂଘନକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦେବା ।

(ଖ) ଏନଟିଏର ମାନକ ପରିଚାଳନା ପଦ୍ଧତି ବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (ଏସଓପି)/ପ୍ରୋଟୋକଲର ସମ୍ପୂର୍ଣ୍ଣ ସମୀକ୍ଷା କରିବା ଏବଂ ପ୍ରତ୍ୟେକ ସ୍ତରରେ ଅନୁପାଳନ ସୁନିଶ୍ଚିତ କରିବା ପାଇଁ ଅନୁଧ୍ୟାନ ବ୍ୟବସ୍ଥା ସହିତ ଏହି ପ୍ରକ୍ରିୟା/ ପ୍ରୋଟୋକଲଗୁଡ଼ିକୁ ସୁଦୃଢ଼ କରିବା ନିମନ୍ତେ ପଦକ୍ଷେପ ନେବା ଲାଗି ଆବଶ୍ୟକ ପରାମର୍ଶ ଦେବା ।

(ii) ଡାଟା ସୁରକ୍ଷା ପ୍ରୋଟୋକଲରେ ଉନ୍ନତି

(କ) ବର୍ତ୍ତମାନର ଡାଟା ସୁରକ୍ଷା ପ୍ରକ୍ରିୟା ଏବଂ ଏନଟିଏର ପ୍ରୋଟୋକଲଗୁଡିକର ମୂଲ୍ୟାଙ୍କନ କରିବା ତଥା ଏଥିରେ ସୁଧାର ପାଇଁ ପଦକ୍ଷେପ ସୁପାରିସ କରିବା ।

(ଖ) ବିଭିନ୍ନ ପରୀକ୍ଷା ପାଇଁ ପେପର ସେଟିଂ ଏବଂ ଅନ୍ୟାନ୍ୟ ପ୍ରକ୍ରିୟା ସମ୍ବନ୍ଧୀୟ ବର୍ତ୍ତମାନର ସୁରକ୍ଷା ପ୍ରୋଟୋକଲ ଯାଞ୍ଚ କରିବା ତଥା ବ୍ୟବସ୍ଥାକୁ ଅଧିକ ସୁରକ୍ଷିତ କରିବା ପାଇଁ ସୁପାରିସ କରିବା ।

(iii) ଏନଟିଏର ଢାଞ୍ଚା ଓ ପରିଚାଳନାରେ ଉନ୍ନତି

(କ) ପଏଣ୍ଟ (୧) ଓ (୨) ଅଧୀନରେ ଦିଆଯାଇଥିବା ସୁପାରିସଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ)ର ସାଂଗଠନିକ ଢାଞ୍ଚା ଏବଂ ପରିଚାଳନା ପ୍ରକ୍ରିୟାରେ ସୁଧାର ଆବଶ୍ୟକ ସୁପାରିସ କରିବା ଏବଂ ପ୍ରତ୍ୟେକ ସ୍ତରରେ କର୍ମକର୍ତ୍ତାଙ୍କ ଭୂମିକା ଏବଂ ଦାୟିତ୍ୱକୁ ସ୍ପଷ୍ଟ ଭାବରେ ନିର୍ଦ୍ଧାରଣ କରିବା ।

(ଖ) ଏନଟିଏର ସାମ୍ପ୍ରତିକ ଅଭିଯୋଗ ସମାଧାନ ବ୍ୟବସ୍ଥାର ଆକଳନ କରିବା, ଉନ୍ନତିର କ୍ଷେତ୍ରଗୁଡିକ ଚିହ୍ନଟ କରିବା ଏବଂ ଏହାର ଦକ୍ଷତା ବୃଦ୍ଧି ପାଇଁ ସୁପାରିସ କରିବା।

ଏହି ଆଦେଶ ଜାରି ହେବାର ଦୁଇ ମାସ ମଧ୍ୟରେ କମିଟି ଏହାର ରିପୋର୍ଟ ଶିକ୍ଷା ମନ୍ତ୍ରଣାଳୟକୁ ପ୍ରଦାନ କରିବ। ନିଜର ସହାୟତା କରିବା ପାଇଁ କମିଟି ଯେକୌଣସି ବିଷୟ ବିଶେଷଜ୍ଞଙ୍କ ସହଯୋଗ ନେଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri