Categories: ରାଜ୍ୟ

ଗୁରୁଚାପ ବଳୟ ସକ୍ରିୟ: ଉପକୂଳ ଅଞ୍ଚଳରେ ଘନକୁହୁଡ଼ି

ଭୁବନେଶ୍ୱର,୧୮ା୧(ଅସମାପିକା ସାହୁ): ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘନକୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଓଡ଼ିଶାକୁ କୁହୁଡ଼ି କବଳିତ କରି ରଖିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ସୂଚନାନୁସାରେ, ଆସନ୍ତାକାଲି ଅର୍ଥାତ ୧୯ ତାରିଖ ସକାଳେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ନୟାଗଡ଼, ଖୋର୍ଦ୍ଧା, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି। ଏହି ଜିଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍‌ ରହିବ। ଏନେଇ ଏହି ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଭୁବନେଶ୍ୱରରେ ୧୦୦ ମିଟର ଦୃଶ୍ୟମାନ ଦୂରତା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।

Share