Posted inଖେଳ

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ ୧୮.୪ ଓଭରରେ ମାତ୍ର ୨ ଉଇକେଟ ହରାଇ ରନ ଚେଜ୍‌ କଲା। ସୃଷ୍ଟି ହେଲା ନୂଆ ରେକର୍ଡ।

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌ର ଅଧିକାରୀ ହେଲା ପଞ୍ଜାବ କିଙ୍ଗ୍ସ। ୨୬୨ ରନ ପୁରୁଷ ଟି୨୦ କ୍ରିକେଟରେ ମଧ୍ୟ ସର୍ବାଧିକ ରନ୍‌ଚେଜ୍‌। ୨୦୨୩ରେ ସେଞ୍ଚୁରିଅନଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଦକ୍ଷିଣ ଆଫ୍ରିକା ୨୫୯ ରନକରି ରେକର୍ଡର ଅଧିକାରୀ ଥିଲା। ସେହିପରି ଆଇପିଏଲ୍‌ରେ ୨୦୨୦ରେ ଶାରଜାଠାରେ କିଙ୍ଗ୍ସ ଇଲେଭେନ ପଞ୍ଜାବ କରିଥିବା ୨୨୩ ରନକୁ ଚେଜ୍‌ କରି ରେକର୍ଡର ଅଧିକାରୀ ଥିଲା ରାଜସ୍ଥାନ ରୟାଲ୍ସ।

୪ ବର୍ଷ ବ୍ୟବଧାନରେ ଏହି ରେକର୍ଡ ଭାଙ୍ଗିଲା ପଞ୍ଜାବ କିଙ୍ଗ୍ସ। ମ୍ୟାଚରେ ମୋଟ ୪୨ଟି ଛକା ଦେଖିବାକୁ ମିଳିଲା। ଯାହାକି କୌଣସି ଟି୨୦ ମ୍ୟାଚରେ ସର୍ବାଧିକ। ପ୍ରଭସିମରନ ସିଂ ୨୦ ବଲ୍‌ରୁ ୫୪ (୪ ଚୌକା, ୫ ଛକା) ଓ ବେୟାରଷ୍ଟୋ ୪୮ ବଲରୁ ୧୦୮ (୮ ଚୌକା, ୯ ଛକା) ରନ କରି ଦଳକୁ ବିସ୍ଫୋରକ ଆରମ୍ଭ ଦେଇଥିବାବେଳେ ମଧ୍ୟ ଭାଗରେ ରିଲି ରୋସୋ ୧୬ ବଲ୍‌ରୁ ୨୬ (୧ ଚୌକା, ୨ ଛକା) ରନକରି ଇନିଂସକୁ ଆଗେଇ ନେଇଥିଲେ।

ଫର୍ମରେ ଥିବା ଶଶାଙ୍କ ସିଂ ମାତ୍ର ୨୮ ବଲ୍‌ରୁ ୬୮ (୨ ଚୌକା, ୮ ଛକା) ରନରେ ଅପରାଜିତ ରହି ପଞ୍ଜାବ ପାଇଁ ଚମତ୍କାର ଫିନିଶ୍‌ କରିଥିଲେ। କୋଲକାତା ପକ୍ଷରୁ କେବଳ ସୁନୀଲ ନାରିନ ଗୋଟିଏ ଉଇକେଟ ନେଇଥିଲେ।
ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା କୋଲକାତା ଦୁଇ ଓପନର ଫିଲିପ ସଲ୍ଟ ଓ ସୁନୀଲ ନାରିନ ଧୂଆଁଧାର ବ୍ୟାଟିଂ କରି ଓପନିଂ ଯୋଡ଼ିରେ ୬୩ ବଲ୍‌ରୁ ୧୩୮ ରନ ସଂଗ୍ରହ କରି ଦଳର ବଡ଼ ସ୍କୋର ପାଇଁ ପ୍ଲାଟଫର୍ମ ପ୍ରସ୍ତୁତ କରିଥିଲେ। ନାରିନ ୩୨ ବଲ୍‌ରୁ ୭୧ (୯ ଚୌକା, ୪ ଛକା) ଓ ସଲ୍ଟ ୩୭ଟି ବଲ୍‌ର ସମ୍ମୁଖୀନ ହୋଇ ୬ଟି ଲେଖାଏ ଚୌକା ଓ ଛକା ସହୟତାରେ ୭୫ ରନ ସ୍କୋର କରିଥିଲେ। ଟପ୍‌ ଅର୍ଡରରେ ଭେଙ୍କଟେଶ ଆୟାର ଓ ମିଡିଲ ଅର୍ଡରରେ ଆନ୍ଦ୍ରେ ରସେଲ ଓ ଅଧିନାୟକ ଶ୍ରେୟସ ଆୟର ମଧ୍ୟ ଦ୍ରୁତ ହାରରେ ରନ ସଂଗ୍ରହ କରି ଦଳର ସ୍କୋରକୁ ୨୬୧ରେ ପହଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri