ପୋଲ ତଳକୁ ଖସିପଡ଼ିଲା ହାଇୱା

ଦାରିଙ୍ଗବାଡି,୨୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ଅଞ୍ଚଳରେ ଏକ ପଥର ବୋଝେଇ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଚାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ରାଇକିଆ ଅଞ୍ଚଳରୁ ସିମନବାଡି ଅଞ୍ଚଳକୁ ଏକ ହାଇୱା ପଥର ବୋଝେଇ ହୋଇ ଆସୁଥିଲା ବେଳେ ସିକକେତା-ସିମନବାଡି ରାସ୍ତାରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡିଥିଲା।

ସୂଚନାଯୋଗ୍ୟ, ସିକକେତା-ସିମନବାଡି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଅଧପାନ୍ତରିଆ ହୋଇ ରହିଥିବାରୁ ଉକ୍ତ ରାସ୍ତାରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତା କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଦାବି ହେଉଛି। ଶୁକ୍ରବାର ଖବର ଲେଖା ହେବା ସମୟକୁ ହାଇୱାଟିକୁ ପୋଲ ତଳୁ ଉଠାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂବର୍ଲବରୁ କ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ।...

ଶନିବାର କେନ୍ଦୁଝରର ସମସ୍ତ ସ୍କୁଲ ଛୁଟି: ପିଲାଙ୍କ ଛୁଟି, ଶିକ୍ଷକ ରହିବେ ଉପସ୍ଥିତ  

କେନ୍ଦୁଝର,୨୫।୧୦(ନରେଶଚନ୍ଦ୍ର ପଟ୍ଟନାୟକ): ବାତ୍ୟା ଦୁର୍ବଳ ହୋଇଛି ସତ ହେଲେ ବିପଦ ଟଳିନି। ଏବେ ବି ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ବର୍ଷାର ଭୟ ଅଛି। ଏ ନେଇ ରେଡ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ଯବତୀଙ୍କୁ ବଳାତ୍କାର କରି ଫେରାଥିଲେ ସମ୍ପର୍କୀୟ, ପରେ…

କୋକସରା,୨୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନାରେ ଗତ ଜୁଲାଇ ମାସ ୧୧ ତାରିଖରେ ଏକ ବଳାତ୍କାର ମାମଲା ରୁଜୁ ହୋଇଥିଲା। ଘଟଣାରେ ଫେରାରଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri