ହିମାଚଳ ମୁଖ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ

ଶିମଲା,୧୨।୧୦: କରୋନା ଭାଇରସ୍‌ ଦେଶରେ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ହଜାର ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଜୟରାମ ଠାକୁର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ରିପୋର୍ଟ ପଜିଟିଭ୍‌ ଆସିବା ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ଜୟରାମ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଏନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ସପ୍ତାହ ପୂର୍ବରୁ ଜୟରାମ ଜଣେ ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବାରୁ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ତେବେ ଏହି ସମୟରେ ତାଙ୍କ ନିକଟରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କର ନମୁନା ଯାଞ୍ଚ କରାଯାଇଥିଲା। ତେବେ ସୋମବାର ଆସିଥିବା ରିପୋର୍ଟରେ ତାଙ୍କର କରୋନା ପଜିଟିଭ୍‌ ବାହାରିଛି।

Share