Posted inଜାତୀୟ

କୋଲକାତା ବଳାତ୍କାର ଘଟଣାରେ ହିମନ୍ତଙ୍କ ବଡ଼ ବୟାନ: ଯଦି ଆସାମରେ ଏମିତି ହୋଇଥାନ୍ତା, ତା’ହେଲେ…

ଗୁଆହାଟୀ,୧୯।୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଆର୍‌.ଜି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଘଟଣାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏହି ଘଟଣାରେ ଭାରତୀୟ ଜନତା ପାର୍ଟି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ରାଜ୍ୟ ପୋଲିସକୁ ଟାର୍ଗେଟ କରିଛନ୍ତି। ଏହି ସମୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି, ଆପଣ ମୋର ତିନି ବର୍ଷର ରେକର୍ଡ ଦେଖିନିଅନ୍ତୁ। ଯଦି କୋଲକାତାରେ ଘଟିଥିବା ଜଘନ୍ୟ ଅପରାଧ ଆସାମରେ ଘଟିଥାନ୍ତା, ତେବେ ଆମ ସରକାର ତୁରନ୍ତ ନ୍ୟାୟ ଦେଇଥାନ୍ତେ। ରାଜ୍ୟର ବିରୋଧୀ ଏହି ନୀତିକୁ ସମାଲୋଚନା କରୁଛନ୍ତି। କିନ୍ତୁ ମୋର କିଛି ଫରକ ପଡୁନାହିଁ। ଝିଅମାନଙ୍କୁ ସୁରକ୍ଷା ଦେବାରେ କୌଣସି ଆପୋଷ ବୁଝାମଣା ହେବ ନାହିଁ।

ସିଏମ କହିଛନ୍ତି, ଆସାମ ସରକାର ମେଡିକାଲ କଲେଜ ଏବଂ ଡାକ୍ତରଖାନାରେ ଡାକ୍ତର, ବିଶେଷ କରି ମହିଳା ଡାକ୍ତରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେଇଛନ୍ତି। ସେ କହିଛନ୍ତି , ଆମେ ଆଶା କରୁଛୁ କୋଲକାତାର ଆର୍‌.ଜି ମେଡିକାଲ କଲେଜରେ ବଳାତ୍କାର ଓ ପରେ ହତ୍ୟା କରାଯାଇଥିବା ମହିଳା ପ୍ରଶିକ୍ଷକଙ୍କ ମାତାପିତା ନ୍ୟାୟ ପାଇବେ।

କୋଲକାତାର ଜଣେ ଟ୍ରେନି ଡାକ୍ତରଙ୍କ ମୃତଦେହ ୯ ଅଗଷ୍ଟ ସକାଳେ ମେଡିକାଲ କଲେଜ ଏବଂ ହସ୍ପିଟାଲର ସେମିନାର ହଲରେ ମିଳିଥିଲା। ଯାହାକୁ ନେଇ ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri