Posted inଜାତୀୟ

ନେହେରୁଙ୍କ ହାଫ୍‌ ପ୍ୟାଣ୍ଟ୍‌ ପିନ୍ଧା ଫଟୋ ଶେୟାର କଲେ ହିମନ୍ତ, କହିଲେ ଏଥିରେ ବି ନିଆଁ ଲଗାଅ…

ଗୁଆହାଟୀ, ୧୪।୯ : କଂଗ୍ରେସ ଦଳର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲ ମାଧ୍ୟମରେ ଏକ ଫଟୋ ପୋଷ୍ଟ କରାଯାଇଥିଲା। ଫଟେରେ ଦର୍ଶାଯାଇଥିଲା ଯେ ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ(ଆରଏସଏସ)ର ଡ୍ରେସ କୋଡ ପୋଡି ଯାଉଛି। ଏହି ଟୁଇଟକୁ ନେଇ ଭାଜପା କଂଗ୍ରେସ ମଧ୍ୟରେ ବିବାଦ ଉପୁଜିଥିଲା। ଏବେ ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ମଧ୍ୟ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ଏକ ହାଫ୍‌ ପ୍ୟାଣ୍ଟ୍‌ (ନିକ୍କାର)ରେ ଦେଖିବାକୁ ମିଳୁଛି।

କଂଗ୍ରେସ ଏବଂ ବିଶେଷକରି ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିବା ପାଇଁ ହିମନ୍ତ ସରମା ଏହି ଫଟୋ ପୋଷ୍ଟ କରି କଂଗ୍ରେସକୁ ପଚାରିଛନ୍ତି ଯେ ଆପଣ ମଧ୍ୟ ଏହାକୁ ପୋଡି ଦେବେ କି?

ତେବେ ଫଟୋରେ ନେହେରୁ ଆରଏସଏସର ଖାକି ୟୁନିଫର୍ମରେ ନୁହେଁ ବରଂ କଂଗ୍ରେସର ସେବା ଦଳ ୟୁନିଫର୍ମରେ ଦେଖାଯାଉଛନ୍ତି। ଶର୍ଟରେ ନେହେରୁଙ୍କ ଏହି ଫଟୋ ପ୍ରାୟତଃ ମିଥ୍ୟା ଦାବି ସହିତ ଭାଇରାଲ ହୋଇଥାଏ ଯେ ନେହେରୁ ଖାକି ପୋଷାକ ପିନ୍ଧି ଏକ ଆରଏସଏସ ବୈଠକରେ ଯୋଗ ଦେଇଥିଲେ।

କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ପଚାରିଛନ୍ତି ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡ ଯାତ୍ରାରେ କଂଗ୍ରେସର ଚମତ୍କାର ସଫଳତା ନେଇ ଭାଜପା ଲୋକ ଧ୍ୟାନ ହଟାଇବାକୁ ଚାହୁଁଛି।

ତେବେ ହିମନ୍ତ ସରମାଙ୍କ ଦ୍ୱାରା ଶେୟାର ହୋଇଥିବା ଶର୍ଟରେ ନେହେରୁଙ୍କ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri