ସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁ

ଭୁବନେଶ୍ୱର,୫।୬: ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି। ହିମାଂଶୁ ୭୯,୭୫୯ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ୭୫,୬୦୯ ଖଣ୍ଟ ଭୋଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ବିଜୟ ବ୍ୟବଧାନ ୪,୧୫୦ ରହିଛି। ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି ୧୫,୯୨୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ବିଜୟ ପରେ ହିଂମାଶୁ ଧାମନଗର ବିଧାୟକ ସୁରଜ ସୂର୍ଯ୍ୟବଂଶୀ ସହ ମିଶି ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଥିଲେ। ଏହି ସମୟରେ ସେ ବେଶ୍‌ ଖୁସି ଥିବା ନଜର ଆସିଥିଲେ। ଏହାସହ ହିଂମାଶୁ ପୁଣି ଭାଜପାକୁ ଫେରିଛନ୍ତି।
ଏହି ବିଜୟ ହାସଲ ପରେ ଜାରକା ଅଞ୍ଚଳରେ ଏକ ପ୍ରକାର ଦୀପାବଳି ଉତ୍ସବ ପାଳନ ଭଳି ଦୃଶ୍ୟ ଦେଖିବାକୁ ମିଳିଛି। ବାଣଫୁଟାଇ, ବାଜା ବଜାଇ ହିମାଂଶୁଙ୍କ ସମର୍ଥକ ଆନନ୍ଦିତ ହୋଇଛନ୍ତି। ହିମାଂଶୁ ଭାଜପା ଟିକେଟରୁ ବଞ୍ଚିତ ହେବାପରେ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ। ୧୯୯୫ରୁ ସ୍ବର୍ଗତ କଳ୍ପତରୁ ଦାସ ଓ ପରେ ତାଙ୍କ ପୁଅ ପ୍ରଣବ ଏଠାରେ ନିବାଚିତ ହେଉଥିଲେ। ୧୯୮୦ରେ ସ୍ବାଧୀନ ପ୍ରାର୍ଥୀ ଭାବେ ସ୍ବର୍ଗତ କାଙ୍ଗାଳି ଚରଣ ପଣ୍ଡା ଏହି ଆସନରୁ ବିଜୟୀ ହୋଇଥିଲେ। ବିଜୟ ପରେ ହିମାଂଶୁ ସନ୍ଧ୍ୟାରେ ଜାରକାଠାରେ ପହଁଚିବା ପରେ ଅପେକ୍ଷାରତ ସମର୍ଥକମାନେ ତାଙ୍କୁ ସ୍ବାଗତସମ୍ବର୍ଦ୍ଧନା ଜଣାଇଥିଲେ। ପରେ ସେ ତାଙ୍କ ବାସଭବନରେ ପହଞ୍ଚି ମା’ଙ୍କ ଆଶୀର୍ବାଦ ନେବା ସହ ନିଜର ସମର୍ଥକମାନଙ୍କୁ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ...

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ...

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri